ଆସନ୍ତା ଡିସେମ୍ବର ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ ମ୍ୟାଚ୍ ପାଇଁ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖାଦେଇଛି।
ଶୁକ୍ରବାର ଦିନ ୯ଟାରୁ ବାରବାଟୀ ଷ୍ଟାଡିୟମରେ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ। ଟିକେଟ୍ ବିକ୍ରି ଆରମ୍ଭ ହେବା ପୂର୍ବରୁ ହିଁ ଷ୍ଟାଡିୟମ ବାହାରେ ଅସମ୍ଭାଳ ଭିଡ଼ ଜମିଛି। ଶତାଧିକ କ୍ରିକେଟ୍ ପ୍ରେମୀ ରାଜ୍ୟ ତଥା ବାହାରୁ ଆସି ଗତକାଲି ରାତିରୁ ହିଁ କାଉଣ୍ଟର ଆଗରେ ଲମ୍ବା ଧାଡ଼ି ଲଗାଇ ରହିଛନ୍ତି। ଅନେକ ପ୍ରଶଂସକ ରାତିସାରା ଉଜାଗର ରହି ଟିକେଟ୍ ପାଇଁ ଅପେକ୍ଷା କରିଛନ୍ତି।
ଭିଡ଼କୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ମହିଳାମାନଙ୍କ ପାଇଁ ସ୍ୱତନ୍ତ୍ର କାଉଣ୍ଟରରେ ଟିକେଟ୍ କାଟିବାର ବ୍ୟବସ୍ଥା କରିଛନ୍ତି। ଟିକେଟ୍ ପାଇଁ ଏଭଳି ଉତ୍ସାହରୁ ସ୍ପଷ୍ଟ ହେଉଛି ଯେ ବାରବାଟୀରେ ହେବାକୁ ଥିବା ଏହି ଆନ୍ତର୍ଜାତୀୟ ମ୍ୟାଚ୍କୁ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ କେତେ ଆଗ୍ରହ ରହିଛି।

More Stories
କାନ୍ସରେ ଐଶ୍ୱର୍ଯ୍ୟାଙ୍କ ଜଲୱା: ହାତତିଆରି ବ୍ଲୁ ଗାଉନ୍ ପାଇଁ ଲାଗିଥିଲା ୧୫୦୦ ଘଣ୍ଟା
ସୂର୍ଯ୍ୟଙ୍କ ପ୍ରଖର କିରଣରେ ଜଳୁଛି ଓଡ଼ିଶା
ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚକାଟ