ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଞ୍ଚଳରେ ଦୁର୍ବୃତ୍ତଙ୍କ ଆତଙ୍କରାଜ । ଲୁଟିନେଲେ ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର । କାଂଶ ଗ୍ରାମର ପ୍ରଶାନ୍ତ ମହାନ୍ତିଙ୍କ ଘରୁ ହୋଇଛି ବଡ ଧରଣର ଲୁଟ୍ । ୪ ଟି ସୁନା ହାର ,୧୪ ଟି ମୁଦି, ୮ଶହ ଗ୍ରାମ ରୂପା ଓ ଅନ୍ୟାନ୍ୟ ଅଳଙ୍କାର ଲୁଟି ଲୁଟେରା ଚମ୍ପଟ ମାରିଛନ୍ତି ।
ସିସିଟିଭିରେ କଏଦ ହୋଇଛି ଲୁଟ ବେଳର ଦୃଶ୍ୟ । ପ୍ରଶାନ୍ତ ମହାନ୍ତିଙ୍କ ପରିବାର ଲୋକେ ଯାତ୍ରା ଦେଖିବାକୁ ଯାଇଥିବା ବେଳେ ଦୁର୍ବୃତ୍ତ ଘରେ କଳାକନା ବୁଲାଇ ଦେଇଛନ୍ତି । ଥାନାରେ ପରିବାର ପକ୍ଷରୁ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |