ଖଲ୍ଲିକୋଟ,୭ା୧: ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ ହୋଇଛି। ମୃତଦେହଟି ପ୍ରାୟ ତିନି ଚାରି ଦିନ ତଳର ହୋଇଥିବା ପୋଲିସ ଅନୁମାନ କରୁଛି। ରବିବାରରେ ସେହି ରାସ୍ତା ଦେଇ ଯାଉଥିବା କିଛି ବ୍ୟକ୍ତି ଦୁର୍ଗନ୍ଧ ହେବାରୁ ସୁଳିଆ ପାହାଡ଼ ନିକଟକୁ ଯାଇ ସେଠାରେ ଏକ ଖାଲୁଆ ସ୍ଥାନରେ ଏକ ଗଳିତ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ।
ଛତ୍ରପୁର ଏସ୍ଡିପିଓ ଚନ୍ଦନ ଘଡ଼େଇ, ଖଲ୍ଲିକୋଟ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ, ଏସ୍ଆଇ ପିଙ୍କିନି ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ମୃତ ବ୍ୟକ୍ତିଙ୍କ ଶରୀରରେ ବିଭିନ୍ନ ଆଘାତ ଚିହ୍ନ ରହିଥିବା ବେଳେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଇଥିବା ସନ୍ଦେହ କରାଯାଉଛି। ପାରିପାର୍ଶିକ ସ୍ଥିତିକୁ ଦେଖି ଏହା ଏକ ହତ୍ୟା ଘଟଣା ବୋଲି ସନ୍ଦେହ କରାଯାଉଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |