ଭୁବନେଶ୍ୱର, ୧୦/୧୨ : ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ । ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣା ଅଞ୍ଚଳର ଛାତ୍ରୀ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଯାଇନଥିବା ବେଳେ ପୁଣି ଏକ ଲଜ୍ଜାଜନକ ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି । ଜଣେ ୫ବର୍ଷୀୟା ଶିଶୁକୁ ଦୁଷ୍କର୍ମ ଉଦ୍ୟମ ନେଇ ଅଭିଯୋଗ ହୋଇଛି । ଏହି ମାମଲାରେ ପୁଲିସ ମାମଲା ରୁଜୁ କରି ୪୫ ବର୍ଷୀୟ ଅଭିଯୁକ୍ତକୁ ଗିରଫ କରିଛି ।
ଝିଅଟି ସ୍କୁଲରୁ ଘରକୁ ଫେରିବା ସମୟରେ ସେହି ଗାଁର ଜଣେ ଯୁବକ ବିଭିନ୍ନ ପ୍ରଲୋଭନ ଦେଖାଇ ରାସ୍ତାରୁ ନିକଟସ୍ଥ ଏକ ବୁଦା ଭିତରକୁ ନେଇ ଦୁଷ୍କର୍ମ କରିବାକୁ ପ୍ରୟାସ କରିଥିଲା । ତେବେ କୁନି ଝିଅଟିର କାନ୍ଦବୋବାଳି ଶୁଣି ସ୍ଥାନୀୟ ବାସିନ୍ଦା ସେଠାରେ ପହଞ୍ଚି ଯିବାରୁ ଅଭିଯୁକ୍ତ ଜଣକ ସେଠାରୁ ଦୌଡ଼ି ପଳାଇଥିଲା । ଏହାପରେ ଝିଅଟିକୁ ଧରି ତାଙ୍କ ମା ଓ ସମ୍ପର୍କୀୟ ମାନେ ସ୍ଥାନୀୟ ମେଡିକାଲକୁ ଚିକିତ୍ସା ପାଇଁ ନେଇଥିଲେ । ଏହି ଘଟଣାରେ ପୁଲିସ ତଦନ୍ତ ଚଳାଇଛି ।

More Stories
କିସ ଛାତ୍ରଙ୍କ ମୃତ୍ୟୁ ଘଟଣା; ତଣ୍ଟି ଚିପି ହତ୍ୟା କରିଛନ୍ତି ୩ ସାଙ୍ଗ
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ସ୍ୱାମୀକୁ ହତ୍ୟାକଲା ସ୍ତ୍ରୀ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ