ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଉଭୟ ଜଣେ ଓଏଏସ୍ ଅଧିକାରୀଙ୍କଠାରୁ ୪ ଲକ୍ଷ ଟଙ୍କା ଠକି ନେଉଥିବାବେଳେ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇ ଜଣକ ସୁବର୍ଣ୍ଣପୁରର ଗଣେଶ ନନ୍ଦ ଏବଂ ପ୍ରଦୀପ ପଣ୍ଡା ବୋଲି ଜଣାପଡିଛି। ଭିଜିଲାନ୍ସ ସହୟତାରେ ରାଉରକେଲା ପୁଲିସ୍ ଉଭୟଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଭିଜିଲାନ୍ସ କେସ୍ର ଧମକ ଦେଇ ଏମାନେ ଟଙ୍କା ଆଦାୟ କରୁଥିଲେ। ଅଭିଯୁକ୍ତ ଗଣେଶର ଟ୍ରୁ କଲର୍ ଆଇଡିରେ ଭିଜିଲାନ୍ସ ଅଫିସର ସୋ କରୁଥିଲା। ଏହି ମାମଲାରେ ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |