ଖୋଲିଲା ହୀରାକୁଦର ୨ଟି ଗେଟ୍ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ୨ଟି ଗେଟ । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୬.୩୭ ଫୁଟ। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୪.୪୭୨ କ୍ୟୁସେକ ଜଳ ।ସେପଟେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଆସନ୍ତା ୨୪ ଘଣ୍ଚା ମଧ୍ୟରେ ଅଧିକ ଘନୀଭୂତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟଦେଇ ଗତି କରିବା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେଗୁଡ଼ିକ ହେଲା – ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଏବଂ ଦେଓଗଡ଼ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

More Stories
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ହାରେକା ସାହାରା ପରିବାର ପକ୍ଷରୁ ଜଳଛତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ।
ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ