ରାଜ୍ୟ ପୁଲିସ ମୁଖ୍ୟାଳୟଠାରେ ଆୟୋଜିତ ହୋଇଥିବା ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ପ୍ରସ୍ତୁତ ହୋଇଥିବା ଏହି ୱେବସାଇଟକୁ ଡିଜିପି ଉନ୍ମୋଚନ କରିଥିଲେ । ଆଗାମୀ ଦିନରେ ସାଧାରଣ ବ୍ୟକ୍ତି ବିଶେଷଙ୍କ ନିମନ୍ତେ ଏହି ୱେବ ସାଇଟଟି ବହୁ ଉପଯୋଗୀ ହେବ ଏବଂ ଏହା ମାଧ୍ୟମରେ ଲୋକମାନେ ପୁଲିସ ବିଭାଗର ବହୁ ଗୁରୁତ୍ଵପୂର୍ଣ୍ଣ ସୂଚନା ପାଇପାରିବେ ବୋଲି ସେ ମତପ୍ରକାଶ କରିଛନ୍ତି ।
ନୂତନ ୱେବସାଇଟ୍ରେ ସାଧାରଣ ନାଗରିକଙ୍କ ପାଇଁ ବିଭିନ୍ନ ଅନଲାଇନ୍ ସେବା, ପୁଲିସ ସୂଚନା, ନୋଟିସ୍, ପ୍ରେସ୍ ବିଜ୍ଞପ୍ତି, ନିଯୁକ୍ତି ସମ୍ବନ୍ଧୀୟ ତଥ୍ୟ, ଟ୍ରାଫିକ୍ ଓ ସୁରକ୍ଷା ସଚେତନତା, ନାଗରିକ ସେବା, ଅପରାଧ ନିରୋଧକ ପଦକ୍ଷେପ, ଗୁରୁତ୍ୱପୂର୍ଣ୍ଣ ସୂଚନା, ଆଇନଗତ ବ୍ୟବସ୍ଥା, ବାର୍ତ୍ତା ଭଳି ସୂଚନା ଉପଲବ୍ଧ ରହିଛି। ଏହି ନୂତନ ୱେବସାଇଟ୍ ଓଡ଼ିଶା ପୁଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ଯୋଗାଯୋଗକୁ ଆହୁରି ସୁଦୃଢ଼ କରିବ । ଏହି ଦ୍ୱିଭାଷା (ଓଡ଼ିଆ ଓ ଇଂରାଜୀ) ୱେବସାଇଟ୍ଟି ସାଧାରଣ ଜନତାଙ୍କୁ ସହଜ, ସୁବିଧାଜନକ ଓ ଯଥା ଶୀଘ୍ର ପୁଲିସ ସମ୍ପର୍କିତ ସୂଚନା ଓ ସେବା ପାଇପାରିବେ । ସାଧାରଣ ଲୋକମାନେ କମ୍ପ୍ୟୁଟର, ଲାପଟପ, ମୋବାଇଲ ଆପ ଜରିଆରେ ଏହି ୱେବ ସାଇଟ କୁ ଖୋଲି ବିଭିନ୍ନ ସୂଚନା ପାଇପାରିବେ ।
ଏହି କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ, SFSL, ଡ଼. ସନ୍ତୋଷ ବାଲା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି, ଡିଆଇଜି(ପ୍ରୋଭିଜନିଙ୍ଗ) ଶ୍ରୀ ଚରଣ ସିଂ ମିନାଙ୍କ ସମେତ ଆଭାସି ମାଧ୍ୟମରେ ସମସ୍ତ ଜିଲ୍ଲା ଏସପି ଓ ବାଟାଲିୟନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…