ଭୁବନେଶ୍ୱର, :- ଭୁବନେଶ୍ୱରରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା ସାମନାକୁ ଆସିବା ପରେ ରାଜ୍ୟ ସରକାରଙ୍କ ଉପରେ ଟାର୍ଗେଟ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ । ରାଜ୍ୟରେ ଅପରାଧୀ ମାନେ ଭୟଶୂନ୍ୟ ହେଉଥିବା ଓ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେବା ନେଇ ସେ ସୋସିଆଲ ମିଡିଆ ଜରିଆରେ ରାଜ୍ୟ ସରକାରଙ୍କୁ ଆକ୍ରମଣ କରିଛନ୍ତି ।
ସେ ଲେଖିଛନ୍ତି, ଭୁବନେଶ୍ବରର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିଦେବା ପରି ବିଷୟ। ବର୍ବରତା ଓ ଅରାଜକତା ସୀମା ଟପୁଛି, ରାଜ୍ୟ ରାଜଧାନୀ ଅସୁରକ୍ଷିତ ହେଉଛି।
ଭୟଶୂନ୍ୟ ହେଉଛନ୍ତି ଅପରାଧୀ, ବିଶ୍ୱସନୀୟତା ହରାଉଛି ସରକାର। ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ?
ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରୁଛି। ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ବିଜେପି ସରକାରର ଅପାରଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି।
ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ। ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ ବୋଲି ସେ ଲେଖିଛନ୍ତି ।

More Stories
ଓଡ଼ିଆ ପକ୍ଷ: ପିପିଲି ରାଜପଥରେ ଓଡ଼ିଶାର ଲୋକକଳାର ମହାକୁମ୍ଭ |
୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ କଲେ ରାଜ୍ୟ ସରକାର
ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିବ ବିଜେଡ଼ି