କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଚନ୍ଦ୍ରକଳା ଦିଗାଳ।
ମିଳିଥିବା ସୂଚନା ମୁତାବକ, ଚନ୍ଦ୍ରକଳା ନିଜ ବାଡ଼ିରୁ ଅମୃତଭଣ୍ଡା ତୋଳୁଥିଲେ ।
ସେତିକିବେଳେ ଅମୃତଭଣ୍ଡା ବେଳେ ଚନ୍ଦ୍ରକଳାଙ୍କ ମୁଣ୍ଡ ଏବଂ ଛାତିରେ ପଡିଥିଲା। ଫଳରେ ଚନ୍ଦ୍ରକଳା ଘଟଣାସ୍ଥଳରେ ଅଚେତ ହୋଇ ପଡ଼ିଯାଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚନ୍ଦ୍ରକଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଖବରପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ଥାନା ଅଧିକାରୀ ସମ୍ବିତ୍ ସ୍ବାଇଁ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

More Stories
ତହସିଲ୍ଦାରଙ୍କରାଜଧାନୀରେ୨କୋଠା୭_ପ୍ଲଟ୍ |
୫୪ ବର୍ଷ ପରେ ପୁଣି ଚନ୍ଦ୍ରକୁ ଯିବ ମଣିଷ, ସାମ୍ନାକୁ ଆସିଲା ନାସାର ଆର୍ଟେମିସ୍-୨ ମିଶନର ଉତକ୍ଷେପଣ ତାରିଖ
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ |