January 26, 2026

Now Odisha

Now Odisha

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ |

Spread the love

ଭବାନୀପାଟଣା,: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର ଏକ ଲାଞ୍ଚ ମାମଲାରେ ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ଜିଲା ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ବିଚାରପତି ଶ୍ରୀ ବଦ୍ରୀ ନାରାୟଣ ନନ୍ଦ ଏହି ମାମଳାର ବିଚାର କରି ଅଭିଯୁକ୍ତ ପୂର୍ବତନ ସିଡିପିଓ ପାତ୍ରଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇବା ସହ ୧ ଲକ୍ଷ ଟଙ୍କା ଜରିମାନା କରିଛନ୍ତି।

ଜରିମାନା ଅନାଦେୟ ହେଲେ ଆହୁରି ୬ ମାସ ଅତିରିକ୍ତ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡିବ ବୋଲି ନିଜ ରାୟରେ ଉଲ୍ଲେଖ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରତ ଯୋଗମାୟା ସ୍ୱୟଂ ସହାୟକ ଗୋଷ୍ଠୀର ସଭାନେତ୍ରୀ ସରୋଜିନୀ ପ୍ରଧାନଙ୍କୁ ବକେୟା ଛତୁଆ ବିଲ କରିଦେବା ପାଇଁ ପୂର୍ବତନ ସିଡିପିଓ ପାତ୍ର ୮୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏହାକୁ ନେଇଁ ସରୋଜିନୀ ଗତ ୩ ଅକ୍ଟୋବର ୨୦୨୧ ରେ ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ। ଏହାର ଦିନକ ପରେ ଅର୍ଥାତ ୪ ତାରିଖ ସରୋଜିନୀଙ୍କ ଠାରୁ ପୂର୍ବତନ ସିଡିପିଓ ନିଜ କାର୍ଯ୍ୟାଳୟରେ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ପୂର୍ବରୁ ଜଗି ରହିଥିବା ଭବାନୀପାଟଣା ଭିଜିଲାନ୍ସ ଟିମ ତାଙ୍କୁ ମାଡି ବସିଥିଲା। ପରବର୍ତ୍ତୀ ସମୟରେ ଭିଜିଲାନ୍ସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ସୁଧୀର କୁମାର ପଣ୍ଡା ଓ ଇମ୍ରାନ ଖାଁ ପରିଚାଳନା କରିଥିଲେ।

error: Content is protected !!