ଆସନ୍ତା ସେପ୍ଟେମ୍ବର ୮ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ଅନିବାର୍ଯ୍ୟ କାରଣ ବଶତଃ ସ୍ଥଗିତ ରହିବ। ୟୁନିଟ-୨, ଅଶୋକନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ କରିଥିବା ଜନସାଧାରଣଙ୍କ ଆପତ୍ତି ଅଭିଯୋଗ, ପରବର୍ତ୍ତୀ ଜନଶୁଣାଣି ଶିବିରରେ ଗ୍ରହଣ କରାଯିବ।ପରବର୍ତ୍ତୀ ଜନଶୁଣାଣିର ସମୟ ଓ ତାରିଖ ଜନସାଧାରଣଙ୍କ ଅବଗତି ନିମନ୍ତେ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…