ଜାନୁଆରୀ ୧୪ରୁ ୧୭ ଯାଏଁ ବନ୍ଦ ରହିବ ଟି- ସେତୁ । ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ ନିଆଯାଇଛି । ସକାଳ ୭ଟାରୁ ସନ୍ଧ୍ୟା ୭ଟା ୧୨ ଘଣ୍ଟା ବନ୍ଦ ରହିବ ଟି-ସେତୁ । ଗୋପୀନାଥପୁର ଓ ବୈଦେଶ୍ୱର ଉଭୟ ପଟୁ ବନ୍ଦ ରହିବ ବାଟ ।ପ୍ରକାଶଥାଉକି, ଦୁଇବର୍ଷ ପୂର୍ବେ ମକରମେଳାରେ ଏଠାରେ ଅନେକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା ।
ଫଳରେ ଦଳାଟକଟା ଭଳି ପରିସ୍ଥିତି ଉପୁଜି ପ୍ରାଣହାନୀ ମଧ୍ୟ ହୋଇଥିଲା । ଦଳଚକଟା ଯୋଗୁଁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିଲେ । ଏହାକୁ ଦୃଷ୍ଟିରେ ରଖି ସିଂହନାଥ ପୀଠକୁ ସଂଯୋଗ କରୁଥିବା ବୈଦେଶ୍ୱର-ବଡ଼ମ୍ୱା ଟି-ସେତୁକୁ ବନ୍ଦ ରଖିବା ନେଇ ଘୋଷଣା କରାଯାଇଛି ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |