୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁସୁମଖୁଣ୍ଟି ଗ୍ରାମର ନବ ଭୋଇ (୩୫)। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପହିଛି।ମିଳିଥିବା ସୂଚନା ମୁତାବକ, ଭବାନୀପାଟଣା-ନବରଙ୍ଗପୁର ରାସ୍ତା କୁସୁମଖୁଣ୍ଟି ନିକଟରେ ନବଙ୍କୁ ଏକ ଟ୍ରକ୍ଟି ଧକ୍କା ମାରି ଫେରାର ହୋଇଯାଇଥିଲା। ଫଳରେ ସ୍ଥାନୀୟ ଲୋକେ ନବଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ଜବତ କରିଛି।

More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,