January 25, 2026

Now Odisha

Now Odisha

ଲଗାତାର 5 ଦିନ ରାଜ୍ୟକୁ କନ୍ଦାଇବ ବର୍ଷା, ତ୍ରାହି ତ୍ରାହି କହିବେ ଲୋକେ, ହେଲେବି ଆହୁରି ବିକଳ କରିବ ବିଜୁଳି, ଘଡ଼ଘଡି.

Spread the love

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ପୁଣି ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା 5 ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ଦକ୍ଷିଣ ଓଡି଼ଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଛି।ବିଶେଷକରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଆସନ୍ତା 24 ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ରାୟଗଡା, କଳାହାଣ୍ଡି ଓ ନୂଆପଡା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ସହ ଗଞ୍ଜାମ, ଗଜପତି କେନ୍ଦୁଝର, ସୁନ୍ଦରଗଡ ଓ ମୟୂରଭଞ୍ଜ ପରି 5 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବର୍ଷା ସମୟରେ 30 ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

error: Content is protected !!