ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ପୁଣି ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା 5 ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ଦକ୍ଷିଣ ଓଡି଼ଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଛି।ବିଶେଷକରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଆସନ୍ତା 24 ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ରାୟଗଡା, କଳାହାଣ୍ଡି ଓ ନୂଆପଡା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ସହ ଗଞ୍ଜାମ, ଗଜପତି କେନ୍ଦୁଝର, ସୁନ୍ଦରଗଡ ଓ ମୟୂରଭଞ୍ଜ ପରି 5 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବର୍ଷା ସମୟରେ 30 ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

More Stories
ଇତିହାସରୁ ପ୍ରେରଣା ନେଇ ଭବିଷ୍ୟତର ଓଡ଼ିଶା ପାଇଁ ସେତୁବନ୍ଧ ତିଆରି କରିବା : ଧର୍ମେନ୍ଦ୍ର ପ୍ରଧାନ
କାନ୍ସରେ ଐଶ୍ୱର୍ଯ୍ୟାଙ୍କ ଜଲୱା: ହାତତିଆରି ବ୍ଲୁ ଗାଉନ୍ ପାଇଁ ଲାଗିଥିଲା ୧୫୦୦ ଘଣ୍ଟା
ସୂର୍ଯ୍ୟଙ୍କ ପ୍ରଖର କିରଣରେ ଜଳୁଛି ଓଡ଼ିଶା