ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ । ପୁରୀ ଭିଡ଼ ପାଇଁ ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ । ପ୍ରବଳ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି। ଜନସାଧାରଣଙ୍କ ସୁରକ୍ଷା ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ୨୦ ଜଣ ଅଧିକାରୀଙ୍କୁ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି ।
ଏମାନଙ୍କ ମଧ୍ୟରେ ଅଧିକାଂଶ ତହସିଲଦାର ଓ ଅତିରିକ୍ତ ତହସିଲଦାର ଅଛନ୍ତି। କାଲି ଠାରୁ ଜାନୁଆରୀ ୨ ତାରିଖ ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇବେ । ଖୋର୍ଦ୍ଧା ଓ ଗଞ୍ଜାମ ଭଳି ପଡ଼ୋଶୀ ଜିଲ୍ଲାରୁ ଆସିଥିବା ମାଜିଷ୍ଟ୍ରେଟମାନେ ପୋଲିସ ସହ ମିଶି କାର୍ଯ୍ୟ କରିବେ । ବେଆଇନ ଜନସମାଗମ, ମଦ୍ୟପାନ, ବାଣ ଫୁଟାଇବା ଏବଂ ଜୋରରେ ମ୍ୟୁଜିକ୍ ବଜାଇବା ଉପରେ ରୋକ ଲଗାଇବା ସହ ଶାନ୍ତି ଭଙ୍ଗ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବେ ।

More Stories
ସୁରକ୍ଷା ବାହିନୀ-ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଏକ ବଡ଼ ସଫଳତା
ଓଡିଶା ସରକାରଙ୍କର ବଡ଼ ନିଷ୍ପତି : ରାଜ୍ୟ ହେବ ତମ୍ବାଖୁ ମୁକ୍ତ
ସରକାରୀ ନିୟମକୁ ଫୁ’ : ଆନନ୍ଦପୁର ସ୍ୱାସ୍ଥ୍ୟକେନ୍ଦ୍ର ପାଚେରୀ ନିର୍ମାଣରେ ବ୍ୟାପକ |