କଟକ ବିନୋଦ କୁମାର ଭୋଇ ପ୍ରତିକ୍ଷା ନ୍ୟୁଜ୍ ଛତିଶଗଡ଼ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ କାର୍ଯ୍ୟରତ ଜଣେ ଓଡ଼ିଆ ବିଏସ୍ଏଫ୍ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ହେଉଛନ୍ତି; ବାଲେଶ୍ବର ଜିଲ୍ଲା ବାହାନଗା ବ୍ଲକ୍ ଗୋପାଳପୁର ଗ୍ରାମର କରୁଣାକର ଶିଅଳଙ୍କ ପୁଅ ପ୍ରକାଶ (୩୬)।ସୂଚନା ଅନୁସାରେ, ପ୍ରକାଶ ଛତିଶଗଡ଼ କୋବ୍ରା ୨୦୬ ବାଟାଲିଅନ୍ରେ କାର୍ଯ୍ୟ କରୁଥିଲେ। ଗତକାଲି ସେ ସାଥୀ ଯବାନଙ୍କ ସହ ସୁକୁମା ଜିଲ୍ଲା ମିନାପା ଅଞ୍ଚଳର ଏକ ଭୋଟ୍ଗ୍ରହଣ କେନ୍ଦ୍ରକୁ ଜଙ୍ଗଲ ରାସ୍ତା ଦେଇ ଯାଉଥିଲେ। ସେତିକିବେଳେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିଲା।ଫଳରେ ପ୍ରକାଶଙ୍କ ସହ ୪ ଜଣ ବିଏସ୍ଏଫ୍ ଯବାନ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ସେଠାକାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଛିଡ଼ିଯାଇଥିବା ଦୁଇ ଗୋଡ଼ର ଅସ୍ତ୍ରୋପଚାର କରାଯାଉଥିବା ବେଳେ ଆଜି ପ୍ରକାଶଙ୍କ ମୃତ୍ୟୁ ଘଟିଥିବା ତାଙ୍କ ଭାଇ ସୁବାସ ଚନ୍ଦ୍ର ଶିଅଳ ସୂଚନା ଦେଇଛନ୍ତି। ଏନେଇ ଖବର ପ୍ରଚାରିତ ହେବା ପରେ ଜନ୍ମମାଟି ଗୋପାଳପୁର ସହ ବାଲେଶ୍ବର ତଥା ସାରା ରାଜ୍ୟରେ ଶୋକ ପ୍ରକାଶ ପାଇଛି।
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ବଢ଼ିଲା କମର୍ସିଆଲ ଗ୍ୟାସ ଦର
ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ