ବରଗଡ଼,: ବରଗଡ଼ ବ୍ଲକ ଅନ୍ତର୍ଗତ ପ୍ରଧାନପାଲିସ୍ଥିତ ସେବାଶ୍ରମ ସ୍କୁଲରେ କାର୍ଯ୍ୟରତ ଜଣେ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପରିସରରେ ପାଇଖାନା ସଫା କରିବାରେ ନିୟୋଜିତ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ପାଇବା ପରେ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଶୁକ୍ରବାର ଉକ୍ତ ସେବାଶ୍ରମ ସ୍କୁଲକୁ ଘେରିବା ସହିତ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିଲେ।
ସୂଚନା ଅନୁଯାୟୀ, ଉକ୍ତ ସେବାଶ୍ରମ ସ୍କୁଲରେ କାର୍ଯ୍ୟରତ ଜଣେ ଶିକ୍ଷୟିତ୍ରୀ କିଛି ଛାତ୍ରୀଛାତ୍ରଙ୍କୁ ୧୦ଟଙ୍କା ଲେଖାଏ ଦେଇଥିଲେ ଏବଂ ସ୍କୁଲ ପରିସରରେ ରହିଥିବା ପାଇଖାନା ସଫା କରିବାକୁ କହିଥିଲେ। ଛାତ୍ରୀଛାତ୍ର ଘରକୁ ଫେରିବା ପରେ ଘଟଣା ସମ୍ପର୍କରେ ନିଜ ଅଭିଭାବକଙ୍କୁ କହିଥିଲେ। ଏହା ଜାଣିବା ପରେ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ସେବାଶ୍ରମ ସ୍କୁଲକୁ ପହଞ୍ଚତ୍ ପ୍ରତିବାଦ କରିଥିଲେ ଏବଂ ଘଟଣା ସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀଙ୍କଠାରେ ଦାବି କରିଥିଲେ। ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

More Stories
ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ
ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !
ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!