ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ୍ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ। ଏହାପରେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ। ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବ।୧୫ତାରିଖ (ବୁଧବାର)ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯିବ।୧୬ ତାରିଖରେ ଏହା କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡା, କଟକ, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାରେ ବର୍ଷା ହେବ । ୧୬ ତାରିଖରେ ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାରେ ବର୍ଷା ହେବ । ୧୭ ଏବଂ ୧୮ ତାରିଖରେ ସାରା ଓଡ଼ିଶାରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ କେନ୍ଦ୍ର ।
More Stories
କଣ୍ଟେନର ସହ ଜଳିଗଲେ ଡ୍ରାଇଭର -ଜଳେଶ୍ବର:
ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ ମାନଙ୍କୁ ଛୁଟି ଦିନରେ ଅନ୍ୟ କୌଣସି କାର୍ଯ୍ୟରେ ନିୟୋଜିତ କରାନଯାଉ.. ନୂତନ ମୁଖ୍ୟମନ୍ତ୍ରୀ ଙ୍କୁ ଅନୁରୋଧ ବାର୍ତ୍ତା ଦେଲେ AICWC ର ରାଜ୍ୟ ଉପସଭାପତି କୁନା ଦିଗାଲ.
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…