ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନବୀନ ନିବାସରେ ବିଜୁ ଜନତା ଦଳର ୧୦ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି। ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କରିଥିଲେ। ତୃଣମୂଳ ସ୍ତରରେ ଦଳର ସଂଗଠନକୁ ମଜବୂତ କରିବା ସହ ଲୋକଙ୍କ ସହ ସିଧାସଳଖ ସମ୍ପର୍କ ରଖିବା ପାଇଁ ପରାମର୍ଶ ଦେଇଥିଲେ।
ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ କାମ ବିଷୟରେ ପଚାରି ବୁଝିବା ସହ ଲୋକଙ୍କ ସୁବିଧା ଅସୁବିଧାକୁ ଗୁରୁତ୍ୱ ଦେବା ପାଇଁ ନବୀନ କହିଥିଲେ। ଏହା ସହିତ ବିଧାୟକମାନଙ୍କ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ସମ୍ପର୍କରେ ମଧ୍ୟ ପଚାରି ବୁଝିଥିଲେ। ବିଜୁ ଜନତା ଦଳର ଆଦର୍ଶରେ ଲୋକଙ୍କ ସେବା ଜାରି ରଖିବା ପାଇଁ ଶ୍ରୀ ପଟ୍ଟନାୟକ ବିଧାୟକମାନଙ୍କୁ ପରାମର୍ଶ ଦେଇଥିଲେ।
ବୈଠକରେ ବିଧାୟିକା ପ୍ରମିଳା ମଲ୍ଲିକ,ବିଧାୟିକା ସୁଜାତା ସାହୁ,ବିଧାୟକ ବିଶ୍ଵରଞ୍ଜନ ମଲ୍ଲିକ,ଅନନ୍ତ ନାରାୟଣ ଜେନା,ସୁଶାନ୍ତ ରାଉତ,ପ୍ରଦୀପ ସାହୁ,ତୁଷାର କାନ୍ତି ବେହେରା,ନବ ମଲ୍ଲିକ,ସାରଦା ଜେନା ଓ ରମାକାନ୍ତ ଭୋଇ ପ୍ରମୁଖ ଯୋଗ ଦେଇ ଥିଲେ।

More Stories
ଗ୍ୟାରେଜ୍ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା
ଗୁଜବ ପାଇଁ ଟ୍ରେନ୍ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ
ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ