ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବଳୟ ଭାଙ୍ଗିଲେ ଯୁବକ । ଉତ୍କଳ ବିଶ୍ୱବିଦ୍ୟାଳୟରେ ଘଟିଛି ଅଘଟଣ । ଜାତୀୟ ଯୁବ ଦିବସ ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଥିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପଦଯାତ୍ରା ବେଳେ ଘଟିଛି ଏଭଳି ଘଟଣା । ଜଣେ ଯୁବକ ନିଜ ଅଭିଯୋଗପତ୍ରକୁ ମୁଖ୍ୟମନ୍ତ୍ରୀଙ୍କୁ ଦେବାକୁ ଯାଇ ସୁରକ୍ଷା ବଳୟ ପାର କରିଥିଲେ ।ଘଟଣାସ୍ଥଳରେ ସୁରକ୍ଷା ବାହିନୀ ଯୁବକଙ୍କୁ ଆୟତ କରିଛି। ଯୁବକ ଙ୍କ ପରିଚୟ ମିଳିପାରି ନାହିଁ। କାହିଁକି ଏଭଳି ସେ କରିଛନ୍ତି ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ । ଏହି ଘଟଣା ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

More Stories
ସୁରକ୍ଷା ବାହିନୀ-ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଏକ ବଡ଼ ସଫଳତା
ଓଡିଶା ସରକାରଙ୍କର ବଡ଼ ନିଷ୍ପତି : ରାଜ୍ୟ ହେବ ତମ୍ବାଖୁ ମୁକ୍ତ
ସରକାରୀ ନିୟମକୁ ଫୁ’ : ଆନନ୍ଦପୁର ସ୍ୱାସ୍ଥ୍ୟକେନ୍ଦ୍ର ପାଚେରୀ ନିର୍ମାଣରେ ବ୍ୟାପକ |