ଜାଡ଼ରେ ଥରୁଛି ଓଡ଼ିଶା, ଆଗାମୀ ୪ରୁ ୫ଦିନ ଯାଏ ଜାଡ଼ରୁ ମିଳିବନି ନିସ୍ତାର । ଆଜି ପାଇଁ ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । କଟକ, ଜଗତସିଂହପୁର, ଅନୁଗୁଳ, ଝାରସୁଗୁଡ଼ା ଓ ଖୋର୍ଦ୍ଧା ଜିଲ୍ଲାରେ ଶୀତ ଲହରି ପ୍ରବାହିତ ହେବ । ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହିତ ହେବା ଫଳରେ ଶୀତ ବଢ଼ିବାର ବି ଆଶଙ୍କା ରହିଛି ।
୨ ଦିନ ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାରେ ଶୀତ ଲହରି ରହିବ ।
କଟକ, ଜଗତସିଂହପୁର, ଅନୁଗୁଳ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରେ ଅଧିକ ଶୀତ ରହିବ । ସୁନ୍ଦରଗଡ଼, ପୁରୀ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଓ କୋରାପୁଟରେ ପ୍ରବଳ କୁହୁଡ଼ି ଦେଖା ଦେଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବୁଧବାର ଝାରସୁଗୁଡ଼ା, ଫୁଲବାଣୀ ଓ ରାଉରକେଲାରେ ରାତି ତାପମାତ୍ରା ୬ ଡିଗ୍ରୀ ରହିପାରେ । ଅନୁଗୁଳରେ ୭, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୭ ଡିଗ୍ରୀ ରହିପାରେ । ଢେଙ୍କାନାଳ, ବାରିପଦା, ବଲାଙ୍ଗୀର ଓ ଭବାନୀପାଟଣାରେ ୯ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

More Stories
ସୋମବାରଠୁ ପେଟ୍ରୋଲ ପମ୍ପରେ ଆଉ ମିଳିବନି ତେଲ !
ତାଣ୍ଡବ ରଚୁଛି ଇରାନର କ୍ଲଷ୍ଟର୍ ବମ୍ ମିସାଇଲ, ଛାନିଆ ଇସ୍ରାଏଲ- ଆମେରିକା
ଭୀଷଣ ହେବାରେ ଲାଗିଛି ଇରାନ-ଇସ୍ରାଏଲ ଯୁଦ୍ଧ, ଆମେରିକାର ଆକ୍ରମଣ ଜାରି, ପାଲଟା ମିସାଇଲ ମାଡ଼ କରୁଛି ତେହେରାନ |