ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯ ହୁଣ୍ଡିରୁ ନଗଦ ୧ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା ସମେତ ୩୦ ଗ୍ରାମ ସୁନା ଓ ୨୧୫୦ ଗ୍ରାମ ରୂପା ବାହାରିଥିବା ମନ୍ଦିର ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି ।ଏଥିସହ ୨୩ଟି ବିଦେଶୀ ନୋଟ ମଧ୍ୟ ବାହାରିଥିବା ସୂଚନା ରହିଛି ।
ସଂଗ୍ରହ ସମସ୍ତ ଅର୍ଥ ଓ ସୁନା ରୂପା ମନ୍ଦୀର ପରିସରରୁ ମଝିଘରିଆଣୀ ଟ୍ରଷ୍ଟର ସ୍ବତନ୍ତ୍ର ବସରେ ବ୍ୟାଙ୍କ କୁ ସ୍ଥାନାନ୍ତର କରାଯାଇଛି । ଦାନ ଅର୍ଥ ୟୁନିୟନ୍ ବ୍ୟାଙ୍କରେ ଜମାକରାଯିବ ବୋଲି ମନ୍ଦିର ପରିଚାଳନା କମିଟି ପକ୍ଷରୁ ସୂଚନା ଦିଆଯାଇଛି ।
ସକାଳ ୯ ଟାରେ ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ତରଫରୁ ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ ହୋଇଥିଲା। ଦୀର୍ଘ ୮ ଘଣ୍ଟା ଧରି ଗଣତି ହୋଇଥିଲା। ଏହା ପୂର୍ବରୁ ଜୁଲାଇ ୭ ତାରିଖରେ ହୁଣ୍ଡିରୁ ନଗଦ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ସହିତ ୮୩ ଗ୍ରାମ ସୁନା ଓ ୨୫୦୫ ଗ୍ରାମ ରୂପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ଦେଶର ବିଦେଶୀ ନୋଟ ମଧ୍ୟ ବାହାରିଥିଲା।

More Stories
ପୋଖରୀରେ ପଡି ଶିଶୁ ମୃତ |
ଏଲପିଜି ନିୟନ୍ତ୍ରଣ ଆଦେଶ ପିଏନଜି ସଂଯୋଗ ଥିବା ଉପଭୋକ୍ତାଙ୍କ ଦ୍ୱାରା ଏଲପିଜି ସଂଯୋଗ ତ୍ୟାଗକୁ ବାଧ୍ୟତାମୂଳକ କରିଛି |
ଘୂର୍ଣ୍ଣିଝଡ଼ ତାଣ୍ଡବ: ୨ ମୃତ |