ଭୁବନେଶ୍ବର, ରାଜ୍ୟରେ ପାନ ମସଲା, ଗୁଟଖା, ଖଇନିରେ ଲାଗିଲା ପ୍ରତିବନ୍ଧକ । ରାଜ୍ୟରେ ପାନ ମସଲା, ଗୁଟଖା, ଖଇନିରେ ପ୍ରତିବନ୍ଧକ ଲଗାଇଲେ ସରକାର। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ କଡ଼ାକଡ଼ି ପାଳନ କରାଯାଇ ଏହି ପ୍ରତିବନ୍ଧକ ଲଗାଯାଇଛି।
ଏଭଳି ମାଦକ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂକୁ ବ୍ୟାନ୍ ଲଗାଯିବା ସହ ଏହାର ବ୍ୟବସାୟ, ବିକ୍ରି, ପରିବହନରେ ପ୍ରତିବନ୍ଧକ ଲଗାଯିବ। FSSAI ଗାଇଡଲାଇନ ଅନୁସରେ ପଦକ୍ଷେପ ନିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

More Stories
ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା
ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି
ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ