୧୪ରୁ ୧୮ ବର୍ଷ ବୟସର ଯେଉଁ ଛାତ୍ର ଛାତ୍ରୀମାନେ ଡ୍ରପ୍ ଆଉଟ୍ ହୋଇଥିବେ ସେମାନଙ୍କ ପାଇଁ ପ୍ରବେଶ ଏବଂ ପରୀକ୍ଷା ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ‘ରାଜ୍ୟ ମୁକ୍ତ ବିଦ୍ୟାଳୟ ଶିକ୍ଷା ସଂସ୍ଥାନ’ରେ ନାମ ଲେଖାଉଥିବା ଛାତ୍ରଛାତ୍ରୀମାନେ ଏହି ସୁବିଧା ପାଇପାରିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରାଥମିକ ସ୍ତରରେ ଯେଉଁ ପିଲାମାନେ ଏକ ସପ୍ତାହରୁ ଅଧିକ ସମୟ ଧରି ସ୍କୁଲ୍କୁ ଅନୁପସ୍ଥିତ ରହୁଛନ୍ତି, ସେମାନଙ୍କୁ ଚିହ୍ନଟ କରାଯିବ। ପ୍ରଧାନଶିକ୍ଷକ, ଶିକ୍ଷକ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ସମ୍ପୃକ୍ତ ପିଲାଙ୍କ ଘରକୁ ଯାଇ ପରିବାର ସହ ଆଲୋଚନା କରିବେ। ପିଲାମାନେ କେଉଁ କାରଣରୁ ଦୀର୍ଘ ସମୟ ଧରି ସ୍କୁଲ୍କୁ ଆସୁନାହାନ୍ତି, ତାହା ବୁଝିବା ସହ ସେମାନଙ୍କୁ ପୁଣି ଶିକ୍ଷା ବ୍ୟବସ୍ଥାର ମୁଖ୍ୟ ସ୍ରୋତକୁ ଫେରାଇ ଆଣିବା ଏହାର ମୁଖ୍ୟ ଉଦ୍ଦେଶ୍ୟ।

More Stories
ନାବାଳିକାକୁ ଅପହରଣ ମାମଲାରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି
ଗଣିଆରେ ପ୍ରଧାନ ମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ
ସଂପୂର୍ଣ୍ଣ ନିଆରା ଭିନ୍ନ ସ୍ବାଦର ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ ଏବଂ ପରିବେଷଣର ଲୋକପ୍ରିୟ ସଂସ୍ଥା :” ଇନ୍ ଟାଇମ୍ ଆଣ୍ଡ କ୍ୟାଟ୍ରିଙ୍ଗ “