ଭୁବନେଶ୍ୱର,:-ଆସନ୍ତାମାସ ଫେବୃଆରୀ ୪ ତାରିଖରେ ପୁରୀ
ଗସ୍ତରେ ଯିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ
ମୁର୍ମୁ। ଏ ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିରର
ମୁଖ୍ୟପ୍ରଶାସକ ଅରବିନ୍ଦ ପାଢ଼ୀ। ସେ ପ୍ରଥମେ ୪ ତାରିଖ ସକାଳ ୭ଟା
ସମୟରେ ପୁରୀର ବାଲିସାହି ଶ୍ୱେତଗଙ୍ଗା ଠାରେ ପିଣ୍ଡ ଦାନ କରିବାର
କାର୍ଯ୍ୟକ୍ରମ ରହିଛି। ପିଣ୍ଡଦାନ କରିବା ପରେ ୭ଟା ୪୦ ମିନିଟ୍ ସମୟରେ
ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତି ଶ୍ରୀମନ୍ଦିର ପ୍ରବେଶ କରିବା
ସମୟରେ ସିଂହଦ୍ୱାର ଠାରେ ଗଜପତି ମହାରାଜ ସ୍ୱାଗତ କରିବାର
ରହିଛି। ତାହା ସହ ଗର୍ଭଗୃହ ଭିତରକୁ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ
କରିବେ ରାଷ୍ଟ୍ରପତି। ସକାଳ ୮ଟା ୨୦ ମିନିଟ୍ ସୁଦ୍ଧା ଦର୍ଶନ
ସାରି ରାଷ୍ଟ୍ରପତି ଶ୍ରୀମନ୍ଦିରରୁ ଫେରି ଯିବାର କାର୍ଯ୍ୟସୂଚୀ ରହିଛି।

More Stories
ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା
ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି
ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ