ଜୟପୁର, ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଜୟପୁର ସହର ହାନାଗୁଡ଼ାର ସିମନ ନାଗ (୨୬)।
ଅଭିଯୁକ୍ତ ଜଣଙ୍କ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କ ସହ ଶାରିରିକ ସମ୍ପର୍କ ରଖିଥିଲେ। ଏହା ମଧ୍ୟରେ ଯୁବତୀ ଜଣକ ୪ମାସର ଗର୍ଭବତୀ ହୋଇଥିବା ବେଳେ ଅଭିଯୁକ୍ତ ଜଣକ ବିବାହ କରିବାକୁ ମନା କରି ଦେଇଥିଲେ।
ଏନେଇ ପୀଡ଼ିତା ଜୟପୁର ମହିଳା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ମହିଳା ପୋଲିସ ଏକ ମମଲା(ନଂ.୧୮୬/ ୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

More Stories
ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା
ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି
ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ