ବିଷମ କଟକ, ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ ହସ୍ପିଟାଲରେ ଭର୍ତ୍ତୀ କରାଯାଇଥିଲା। ହେଲେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ନେଇ ଖବର ପାଇବା ପରେ ବିଷମକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାମୁତାବକ, ଶୁକ୍ରବାର ସନ୍ଧ୍ୟାରେ କୈଳାସଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଦେଖିବାକୁ ମିଳିଥିଲା। ତାଙ୍କ ବେକ ସହ ମୁଣ୍ଡରେ କ୍ଷତ ରହିଥିବା ଦେଖିବାକୁ ମିଳିଛି । କିଏ ଏବଂ କେଉଁ କାରଣରୁ ତାଙ୍କୁ ହତ୍ୟା କରିଛି ତାହା ସ୍ପଷ୍ଟ ହୋଇ ନ ଥିଲେ ହେଁ ପୋଲିସ ତାଙ୍କ ବାସଭବନରେ ପହଞ୍ଚିଛି। ଏଥି ସହିତ ସାଇଣ୍ଟିଫିକ ଟିମ ଏବଂ ସନ୍ଧାନୀ କୁକୁରର ସହାୟତା ନିଆଯାଇଛି। ଏହି ହତ୍ୟା ଖବର ସାମ୍ନାକୁ ଆସିବା ପରେ ବିଷମକଟକରେ ଭୟର ବାତାବରଣ ସୃଷ୍ଟି ହେବା ସହ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ତଦନ୍ତ ପରେ ହତ୍ୟା ପଛର କାରଣ ସାମ୍ନାକୁ ଆସିବ ବୋଲି ପୋଲିସ କହିଛି।

More Stories
ଜୁଆଡ଼ିଙ୍କ ଘରେ ଚଢ଼ାଉ: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ କୋଟିଏ ଟଙ୍କାର ଗହଣା ଜବତ, ୪ ଅଟକ
ବିଜେଡିକୁ ଆସୁଛନ୍ତି ସୁଜାତା’: ଗ୍ରହଣ କରିବେ ନାହିଁ ପଦବୀ, ହେବେ ନାହିଁ ଉତ୍ତରାଧିକାରୀ,
ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!