ବଳିଷ୍ଠ ହେଉଛି ଗୁଣାତ୍ମକ ସ୍ୱାସ୍ଥ୍ୟସେବାର ସଙ୍କଳ୍ପ


ବଳିଷ୍ଠ ହେଉଛି ଗୁଣାତ୍ମକ ସ୍ୱାସ୍ଥ୍ୟସେବାର ସଙ୍କଳ୍ପ। ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଓ ଡାକ୍ତରଖାନାରେ ୩୭୩୨ ଜଣ ନର୍ସିଂ ଅଫିସର ଯୋଗ ଦେଇଛନ୍ତି। ରୋଗୀ ସେବା ପରି ଏକ ମହାନ ସେବାରେ ଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ନୂଆ ଅଧିକାରୀମାନଙ୍କୁ ଓ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି। ପଣ୍ଡିତ ଗୋପବନ୍ଧୁ ଦାସ, ଫ୍ଲୋରେନ୍‌ସ ନାଇଟେଙ୍ଗଲ ଓ ମଦର ଟେରେସାଙ୍କ ପରି ସେବାର ପ୍ରତିମୂର୍ତ୍ତୀମାନଙ୍କ ଆଦର୍ଶକୁ ଅନୁସରଣ କରିବା ପାଇଁ ନୂତନ ଭାବେ ଯୋଗ ଦେଇଥିବା ନର୍ସିଂ ଅଫିସରମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନିଃସ୍ବାର୍ଥପର ଭାବେ ନିଷ୍ଠାର ସହ ସେମାନଙ୍କ ଆଦର୍ଶରେ କାମ କଲେ, ନିଜ ପାଇଁ ସେମାନେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବେ ବୋଲି ସେ କହିଛନ୍ତି।


error: Content is protected !!