ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ ଅଳିଆ ପକାଇବାକୁ ନେଇ ଗ୍ରାମର କପିଳ ପାଢ଼ୀଙ୍କ ସହ ସୀମାଞ୍ଚଳଙ୍କ ବଚସା ହୋଇଥିଲା। ସୀମାଞ୍ଚଳ ଉତ୍ତେଜିତ ହୋଇ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ।ତାଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏନେଇ ଦିଗପହଣ୍ଡି ଥାନାରେ ଏତଲା ହେବାପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର ଥାନା ମାମଲା ନଂ.୩୯/୨୬ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସଆଇ ଦିଲ୍ଲୀପ ଗୋରଡ଼ା ଅଭିଯୁକ୍ତ ସୀମାଞ୍ଚଳଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

More Stories
ନାବାଳିକା ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ |
ଝାରସୁଗୁଡ଼ା ଜମି ଦୁର୍ନୀତି କାଣ୍ଡ: ଡିଏସଆରଙ୍କ ଭୂମିକାକୁ ନେଇ ବଢ଼ୁଛି ସନ୍ଦେହ, ବିସ୍ତୃତ ତଦନ୍ତ ଆରମ୍ଭ |
ବିଷ ବଲୟରେ : ଝାରସୁଗୁଡ଼ା, ଶୋଇ ପଡ଼ିଛି ପ୍ରଦ୍ୟୁଷଣ ବିଭାଗ