ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା


ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା ଭୁବନେଶ୍ବର ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି । ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ କଟକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।ସୂଚନା ଯୋଗ୍ୟ ଯେ, ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନସମାଗମ ହେଉଛି। କାର୍ତ୍ତିକ ପୂର୍ଣିମା ରୁ ଆରମ୍ଭ ହୋଇଥିବା କଟକ ବାଲିଯାତ୍ରା ଆଜି ଶେଷ ହେବାର ଥିଲା ।


error: Content is protected !!