ବିଜେଡିର ରାଜ୍ୟସଭା ପ୍ରାର୍ଥିତ୍ବକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ‘ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ ଦରକାର’।’ଏସବୁକୁ ସଭାପତି ବିଚାରକୁ ନେଲେ ଭଲ ହେବ’।କେଉଁ ପାରାମିଟରରେ କିଏ ଆସୁଛି ସଭାପତି ଚିନ୍ତା କରୁଥିବେ’।ଜାତୀୟ ସ୍ତରରେ ଆଞ୍ଚଳିକ ଦଳ ବି ପୁରୁଖା ନେତାଙ୍କୁ ପ୍ରାଧାନ୍ୟ ଦିଅନ୍ତି।ଆମେ ପୁରୁଖା ନେତାଙ୍କୁ ପ୍ରାଧାନ୍ୟ ଦେଲେ ଭଲ ହେବ- ଅଶୋକ ପଣ୍ଡା।ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଦେଶର ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି।
ସେପଟ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ -ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ । ଯଦି ଓଡ଼ିଶା କଥା ଦେଖିବା ତାହେଲେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ ।

More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,