February 14, 2026

Now Odisha

Now Odisha

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

Spread the love

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ। ଲକ୍ଷାଧିକ ଲୋକଙ୍କ ସମାଗମକୁ ନଜର ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଶୃଙ୍ଖଳିତ ଦର୍ଶନ ପାଇଁ ଉଭୟ ମନ୍ଦିର ବାହାରେ ଓ ଭିତରେ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି।ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ୪୧ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଟ୍ରାଫିକ ପରିଚାଳନାକୁ ବିଶେଷ ଗୁରୁତ୍ତ୍ୱ ଦିଆଯାଇଛି। ଶୃଙ୍ଖଳିତ ଟ୍ରାଫିକ ପରିଚାଳନା ଲାଗି କଟକଣା ଜାରି କରାଯାଇଥିବା ବେଳେ ଗାଡ଼ି ରଖିବା ଲାଗି ମୋଟ ୧୨ଟି ପାର୍କିଂ ସ୍ଥାନ ଚିହ୍ନଟ କରାଯାଇଛି।ଏପରିକି ମହାଶିବରାତ୍ରିରେ ଜାଲ ପାସ ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ଆଗୁଆ ସତର୍କ କରିଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ ।

error: Content is protected !!