ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଳକ୍ କଙ୍କିଳି ଗ୍ରାମ ଅନୁସୂଚିତ ଜାତି ସାହିରେ ଆଜି ରାତିରେ ଅଗ୍ନି କାଣ୍ଡ ଘଟିଛି। ଅନୁସୂଚିତ ସାହିର ଟିକିଲି ପାତ୍ର ଙ୍କ ଦୁଇ ବଖରା ଚାଳଛପର ଘର ପୋଡ଼ି ଛାର୍ଖାର୍ ହୋଇଯାଇଛି। ସୂଚନା ଅନୁଯାୟୀ, ରାତିରେ ଟିକିଲି ଶୋଇଥିବା ବେଳେ କୌଣସି କାରଣରୁ ଘରେ ନିଆଁ ଲାଗିଯାଇଥିଲା। ପ୍ରଥମେ
ଗ୍ରାମବାସୀ ନିଆଁ କୁଆୟତ୍ତ କରୁଥିବା ବେଳେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁଲିଭାଇଥିଲେ। ଅଗ୍ନିକାଣ୍ଡରେ ସମସ୍ତ ଆବାସାପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନ ଟିକିଲି ଙ୍କ ପରିବାରକୁ ତୁରନ୍ତ ସରକାରୀ ସହାୟତା ସହ ପକ୍କାଘର ଯୋଗାଇ ଦେବାକୁ ଗ୍ରାମବାସୀ ମାନେ ଦାବି କରିଛନ୍ତି

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…