ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବ । ଏଥିସହ ସଂଲଗ୍ନ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଛତିଶଗଡ ଆଡକୁ ୪୮ ଘଣ୍ଟା ମଧ୍ୟରେ ଗତି କରିବ। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ଆଗାମୀ ୨ ଦିନରେ ଦକ୍ଷିଣ ଓଡିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…