February 21, 2026

Now Odisha

Now Odisha

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର |

Spread the love

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲେ। ବିଦ୍ୟାଳୟରୁ ପରୀକ୍ଷା କେନ୍ଦ୍ର ମାତ୍ର ୩ କିଲୋମିଟର ଦୂରତା ହୋଇଥିବା ବେଳେ ଅତି ବିପଦପୂର୍ଣ୍ଣ ଭାବରେ ଟ୍ରାକ୍ଟର ଡ଼ାଲାରେ ବସି ପରୀକ୍ଷା କେନ୍ଦ୍ରକୁ ଯାଉଥିବା ଦୃଶ୍ୟକୁ ନ଼େଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଅତି ବେପାରୁଆ ମନୋଭାବ ପୋଷଣ କରି ବିଦ୍ୟାଳୟ କର୍ତ୍ତୃପକ୍ଷ କିଭଳି ଟ୍ରାକ୍ଟରରେ ଯିବାକୁ ପରୀକ୍ଷା କେନ୍ଦ୍ରକୁ ଛାଡ଼ିଲେ ସାଙ୍ଗରେ କେହି ଗାଇଡ୍‌ ଶିକ୍ଷକ କିମ୍ବା ବିଦ୍ୟାଳୟର କର୍ମଚାରୀଙ୍କୁ ଦେଖିବାକୁ ମିଳିନଥିଲା। ଜିଲା ପ୍ରଶାସନ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ କ.ନୂଆଗାଁ ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ରଥ କହିଛନ୍ତି ଯେ, ଟ୍ରାକ୍ଟର ଡାଲାରେ ବସି ଯାଉଥିବା ଛାତ୍ର ଆମ ବିଦ୍ୟାଳୟର ଛାତ୍ର କି ଆଉ କେଉଁ ବିଦ୍ୟାଳୟର ସେ ନେଇ ସ୍ପଷ୍ଟ ହୋଇନାହିଁ। ଯଦିଓ ଛାତ୍ର ମାନେ ଯେଉଁ ବି ବିଦ୍ୟାଳୟର ମଧ୍ୟ ହୁଅନ୍ତୁ ଏପରି ଟ୍ରାକ୍ଟର ଡାଲାରେ ବସି ପରୀକ୍ଷା କେନ୍ଦ୍ରକୁ ଯିବା ଘଟଣା ଅନୁଚିତ ବୋଲି ପ୍ରଧାନ ଶିକ୍ଷକ କହିଛନ୍ତି। ତେବେ ଯେଉଁ ଟ୍ରାକ୍ଟର ଡାଲାରେ ବସି ଛାତ୍ରମାନେ ଯାଇଥିଲେ ସେହି ଟ୍ରାକ୍ଟରର ସନ୍ଧାନ ଚାଲିଛି। ସେହି ଟ୍ରାକ୍ଟର ଡ୍ରାଇଭର କିପରି କେଉଁ ପରିସ୍ଥିତିରେ ଛାତ୍ରଙ୍କୁ ବସାଇ ନେଇଥିଲେ ସେହି ଡ୍ରାଇଭରଙ୍କ ବିରୋଧରେ ଏତଲା ଦିଆଯିବ ବୋଲି ପ୍ରଧାନ ଶିକ୍ଷକ କହିଛନ୍ତି।

error: Content is protected !!