ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ସ୍ପଷ୍ଟ ଚିହ୍ନତ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ପରେ ଏହା ଉତ୍ତରପୂର୍ବ ଦିଗରେ ଗତି କରିବ। ପ୍ରଭାବରେ ଆସନ୍ତା ଦୁଇ ଦିନ ଧରି ଉପକୂଳ ଓ ସଂଲଗ୍ନ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ଫେବ୍ରୁଆରି ୨୩ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ମୟୂରଭଞ୍ଜ, ଯାଜପୁର, କଟକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ସ୍ଥାନରେ ସର୍ବନିମ୍ନତାପମାତ୍ରା୧୫ ଡିଗ୍ରି କିମ୍ବା ତା’ଠାରୁ କମ୍ ରହିଥିଲା। କେନ୍ଦ୍ରାପଡ଼ା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ରାଜ୍ୟର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଏଲ୍ଓମାନଙ୍କର ‘ଏସଆଇଆର’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ