ଫୁଲବାଣୀ: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଂଚାୟତ ସଲାଗୁଡା ସେବାଶ୍ରମରେ ଛାତ୍ରଙ୍କ ଆଖିରେ ସହପାଠୀ ଫେଭିକୁଇକ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଜିଲାପାଳ ବେଦ ଭୂଷଣ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ପ୍ରଧାନଶିକ୍ଷକ ହେଲେ ମନୋରଞ୍ଜନ ସାହୁ। କାର୍ଯ୍ୟରେ ଅବହେଳା, ବିଦ୍ୟାଳୟରେ ରହୁ ନ ଥିବା ନେଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ସୂଚନାଯୋଗ୍ୟ, ଗୁରୁବାର ରାତି ସମୟରେ ସମସ୍ତେ ଖାଇ ଶୋଇଥିବା ବେଳେ କିଛି ସହପାଠୀ ଛାତ୍ର ୪ର୍ଥ ଓ ୫ମରେ ପଢ଼ୁଥିବା ୮ ଛାତ୍ରଙ୍କ ଆଖିରେ ଫେଭିକୁଇକ ଲଗାଇ ଦେଇଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣ ଗୁରୁତର ଅବସ୍ଥାରେ ଫୁଲବାଣୀ ମେଡ଼ିକାଲକୁ ଅଣାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଭଲ ନ ଥିବା ଜଣାପଡିଛି।

More Stories
ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ
ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !
ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!