ରାଜ୍ୟସଭା ନାମାଙ୍କନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ତତ୍ପର ହୋଇପଡିଛନ୍ତି ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ । ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିବ କହିଛି ବିଜେପି । ଅନ୍ୟପଟେ ରାଜ୍ୟସଭା ନିର୍ବାଚନ ପାଇଁ ଫର୍ମ ନେଲା ବିଜେଡି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ନେଲେ ୬ ସେଟ୍ ଫର୍ମ । ଆଜି ବସିବ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ ।ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବ ବୈଠକ। ରାଜ୍ୟସଭା ନିର୍ବାଚନ ଥିବାରୁ ଏହା ଗୁରୁତ୍ୱ ବହନ କରୁଛି ।ରାଜ୍ୟସଭା ଏବଂ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ନେଇ ହେବ ଆଲୋଚନା । ବିଜେଡି, ମହିଳା ସଭାପତି ସେହ୍ନାଙ୍ଗିନି ଛୁରିଆ କହିଛନ୍ତି, ରାଜ୍ୟସଭା ନିର୍ବାଚନରେ ନବୀନ ସରପ୍ରାଇଜ୍ ଦେବେ । କାହାକୁ ପ୍ରାର୍ଥୀ କରାଯିବ ସେ ନିଷ୍ପତ୍ତି ନବୀନ ପଟ୍ଟନାୟକ ନେବେ । ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା ହେବ ।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
କାନ୍ସରେ ଐଶ୍ୱର୍ଯ୍ୟାଙ୍କ ଜଲୱା: ହାତତିଆରି ବ୍ଲୁ ଗାଉନ୍ ପାଇଁ ଲାଗିଥିଲା ୧୫୦୦ ଘଣ୍ଟା