17 ତମ ଦେବଦାସୀ ଅନ୍ତଃରାଷ୍ଟ୍ରୀୟ ନୃତ୍ୟ ମହୋତ୍ସବର ପ୍ରଥମ ସନ୍ଧ୍ୟା


ସାତ ପ୍ରଖ୍ୟାତ ନୃତ୍ୟଶିଳ୍ପୀ ଦେବଦାସୀ ରାଷ୍ଟ୍ରୀୟ ସମ୍ମାନ ରେ ସମ୍ମାନିତ।ଭୁବନେଶ୍ୱର ତା 18 ରିଖ l ଦେବଦାସୀ ନୃତ୍ୟମନ୍ଦିର ଦ୍ୱାରା ଆୟୋଜିତ ତିନି ଦିନିଆ 17ତମ ଦେବଦାସୀ ଅନ୍ତଃରାଷ୍ଟୀୟ ନୃତ୍ୟ ମହୋତ୍ସବ ଓ ନବ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଆଜି ଭଂଜକଳlମଣ୍ଡପ ଠାରେ ଆରମ୍ଭ ହୋଇଛି l କୁଚିପୁଡ଼ି, ଭାରତନାଟ୍ୟମ, ଓଡିଶୀ, କଥାକଲି ଭଳି ପ୍ରଖ୍ୟାତ ଶାସ୍ତ୍ରୀୟ ନୃତ୍ୟ ର ପ୍ରତିଷ୍ଠିତ ସାତଜଣ ନୃତ୍ୟଶିଳ୍ପୀ ଙ୍କୁ ଦେବଦାସୀ ରାଷ୍ଟ୍ରୀୟ ସମ୍ମାନ ରେ ସମ୍ମାନିତ କରାଯାଇଛି l ଆଜି ସନ୍ଧ୍ୟାରେ କୁଚିପୁଡ଼ି, କଥାକ, କଥାକଲି, ଓଡିଶୀ, ଭାରତନାଟ୍ୟମ ଆଦି ଦେଶର ବିଭିନ୍ନ ଶାସ୍ତ୍ରୀୟ ନୃତ୍ୟରେ ପ୍ରସିଦ୍ଧି ଲlଭ କରିଥିବା ନୃତ୍ୟ ଶିଳ୍ପୀଙ୍କ ନୃତ୍ୟରେ ବିଭୋର ହୋଇଥିଲେ ଦର୍ଶକ l ଦୀର୍ଘ 17 ବର୍ଷ ହେଲା ଦେବଦାସୀ ନୃତ୍ୟ ମନ୍ଦିର ନୃତ୍ୟ କଳା ଓ ଭାରତୀୟ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଅନେକ କାର୍ଯ୍ୟକ୍ରମ ବିଭିନ୍ନ ସମୟରେ ଆୟୋଜିତ କରିଆସୁଛି l ଦେବଦାସୀ ନୃତ୍ୟ ମନ୍ଦିରର ପ୍ରତିଷ୍ଠାତା ଶ୍ରୀ ଯୁକ୍ତ ମନୋଜ ଜେନା ଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଆଜି ସନ୍ଧ୍ୟାରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ପୂର୍ବତନ ସାଂସଦ ତଥା ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଶ୍ରୀ ଯୁକ୍ତ ପ୍ରସନ୍ନ ପଟ୍ଟଶାଣୀ, ଜାତୀୟ ମାନବାଧିକାର କମିଶନ କୋର ସଦସ୍ୟ ଶ୍ରୀ ଯୁକ୍ତ ମନୋଜ ଜେନା, ଓଡିଶା ଅଭିଭାବକ ମହାସଂଘ ଅଧକ୍ଷ ବାସୁଦେବ ଭଟ୍ଟ, ସହ ଅଧକ୍ଷ ପ୍ରସନ୍ନ ବିଷୋୟୀ, ଡ୍ୟାନ୍ସ ଇଣ୍ଡିଆ ମାଗାଜିନ ସମ୍ପାଦକ ବିକ୍ରମ ଗୌଡ଼, ସାଇ ଭେଙ୍କଟେଶ, ବିଜୟ ନନ୍ଦ ଆଦି ଉପସ୍ଥିତ ରହି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ l ନୃତ୍ୟ, କଳା ସଂସ୍କୃତି ର ପ୍ରଚାର ପ୍ରସାର ପାଇଁ ଜଗବନ୍ଧୁ ଜେନାଙ୍କ ପ୍ରଚେଷ୍ଟାକୁ ସମସ୍ତ ଅତିଥି ପ୍ରଶଂସା କରିଥିଲେ lପ୍ରତିଷ୍ଠିତ କଥାକ ନୃତ୍ୟଶିଳ୍ପୀ ପାରିମିତା ମୈତ୍ର, ମୋହିନୀ ଅର୍କାମ ନୃତ୍ୟ ଶିଳ୍ପୀ ଚିତ୍ରା ସୁକୁମାରାନ, ମାହାରୀ ନୃତ୍ୟ ଶିଳ୍ପୀ ରୂପଶ୍ରୀ ମହାପାତ୍ର, ଓଡିଶୀ ରେ ସୁଜାତା ନାୟକ ଆଦିଙ୍କୁ ଦେବଦାସୀ ରାଷ୍ଟ୍ରୀୟ ସମ୍ମାନ ରେ ସମ୍ମାନିତ କରାଯାଇଥିଲା l ଓଡିଶୀ ଗୁରୁ ଦେବମିତା ସାହୁ ଓ ନାୟିକା ନୀଳପଦ୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l


error: Content is protected !!