ଭୁବନେଶ୍ଵର: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ଯୁବକ ରାହୁଲ ମହାରଣା ବୋଲି ଜଣାପଡିଛି । ସେ ଜଣେ ୟୁଟ୍ୟୁବ ବ୍ଲଗର। ରାତିରେ ୪ରୁ ୫ ଜଣ ରାହୁଲଙ୍କୁ ଛୁରି ଭୁସି ହତ୍ୟା କରିଥିବା ଜଣାପଡ଼ିଛି।
ରାହୁଲଙ୍କୁ ରକ୍ତ ଜଡ଼ୁଜୁଡ଼ୁ ଅବସ୍ଥାରେ ତୁରନ୍ତ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲାପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଖବର ପାଇ
ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |