ଭୁବନେଶ୍ୱର: ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି ।
ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି ।
ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫.୪୫ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୪ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

More Stories
ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଶିଶୁ ଝିଅ ।
ବିଦେଶରୁ ଫେରି ତୁରନ୍ତ ମନ୍ତ୍ରୀ ପରିଷଦ ବୈଠକ ଡ଼ାକିଲେ ପ୍ରଧାନମନ୍ତ୍ରୀ
ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା |