ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥ ତାରିଣୀ ଛକରେ ଅଭାବନୀୟ ଘଟଣା ଘଟିଛି। ସିମେଣ୍ଟ ବୋଝେଇ ଟ୍ରକ ଏକ ଡଷ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଇଛି। ଦୁର୍ଘଟଣାରେ ଦୁଇଟି ଟ୍ରକର ଡ୍ରାଇଭର ଗୁରୁତର ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ବାଲେଶ୍ବରରୁ ଜଳେଶ୍ବର ଅଭିମୁଖେ ଯାଉଥିବା ଏକ ସିମେଣ୍ଟ ବୋଝେଇ ଟ୍ରକର ଚକା ଫାଟି ଯିବାରୁ ତାରିଣୀ ଛକ ନିକଟରେ ରାସ୍ତା କଡରେ ଛିଡା ହୋଇଥିଲା ।
ଏହି ସମୟରେ ପଛପଟୁ ଆସୁଥିବା ଏକ ଡଷ୍ଟ ବୋଝେଇ ଟ୍ରକଟି ଭାରସାମ୍ୟ ହରାଇ ପଛ ପଟୁ ଜୋରରେ ଧକ୍କା ଦେଇଥିଲା । ଫଳରେ ଟ୍ରକଟି ସଂପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇଯାଇଥିଲା । ଟ୍ରକ ଭିତରେ ଫସିରହିଥିଲେ ଡ୍ରାଇଭର । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୁଇ ଜଣଙ୍କୁ ଉଦ୍ଧାର କରି ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ।
Powered by Froala Editor

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…