ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଛନ୍ତି। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି କହିଛନ୍ତି।
ଆଜି ସକାଳେ ଜେଲରେ କଏଦୀ ବଲାଙ୍ଗୀର ସଦର ଥାନା କୁଷଙ୍ଗ ଗାଁର ଭୀଷ୍ମଦେବ ଓରଫ ଗୋପାଳ ସାହୁ ( ୩୭)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଗତ ୨୦୨୧ ମସିହାରେ ସେ ନିଜ ସ୍ତ୍ରୀଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିଲେ। ୨୦୨୩ରେ ତାଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ଦଣ୍ଡରେ ଦଣ୍ଡିତ କରିଥିଲେ।
ଆଜି ସକାଳେ ଭୀଷ୍ମଦେବ ନିଜ ଗାମୁଛାରେ ଜେଲ ପରିସର ଭିତରେ ଝୁଲି ପଡ଼ିଥିବା ଦେଖିବାକୁ ପାଇଥିଲେ। ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ଏହାପରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଆଜି ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଜେଲ କର୍ତ୍ତୃପକ୍ଷ ଏହାକୁ ଆତ୍ମହତ୍ୟା କହୁଥିବା ବେଳେ ପରିବାର ଲୋକେ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରୁଛନ୍ତି। ପରିବାର ଲୋକେ ଜେଲ ଭିତରେ ଭୀଷ୍ମଦେବଙ୍କୁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ ଆରମ୍ଭ ହୋଇଛି ବୋଲି ଜେଲ ଅଧୀକ୍ଷକ ଉମାଶଙ୍କର ମାଝୀ କହିଛନ୍ତି।

More Stories
ପାରିବାରିକ କଳହର କରୁଣ ପରିଣତି, ବୃଦ୍ଧଙ୍କୁ ହତ୍ୟା ।
ବିପଦରେ ଅଲିଭ୍ରିଡ୍ଲେ କଇଁଛଙ୍କ ଅଣ୍ଡାଦାନ, କଟକଣା ସତ୍ତ୍ୱେ ପଶି ଆସୁଛନ୍ତି…
ସୁଧୁରୁନି ରାଶନ କାର୍ଡ ବିଭ୍ରାଟ, ଆବେଦନ କରି ଅପେକ୍ଷାରେ ବହୁ ଯୋଗ୍ୟ ବ୍ୟକ୍ତି ।