March 17, 2026

Now Odisha

Now Odisha

ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ |

Spread the love

ଗତକାଲିର ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ କଂଗ୍ରେସ ପରେ ବିଜେଡି ମଧ୍ୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଏନେଇ ବିଜେଡି ଆଜି ଦଳର ୬ ଜଣ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ତରଫରୁ ଜାରି ହୋଇଥିବା ଏହି ନୋଟିସ୍‌ରେ ଆସନ୍ତା ୨୦ ତାରିଖ ଅପରାହ୍‌ଣ ୫ଟା ସୁଦ୍ଧା କାରଣ ଦର୍ଶାଇବା ପାଇଁ ଉଲ୍ଲେଖ ରହିଛି।ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ (ଭୁବନେଶ୍ବର) ବିଧାୟକ ନବ କିଶେର ମଲ୍ଲିକ, କଟକ-ଚୌଦ୍ବାର ବିଧାୟକ ସୌଭିକ ବିଶ୍ବାଳ, ବସ୍ତା ବିଧାୟକ ସୁବାସିନୀ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ବାଙ୍କୀ ବିଧାୟକ ଦେବୀ ରଂଜନ ତ୍ରିପାଠୀଙ୍କୁ ନୋଟିସ୍‌ ଜାରି ହୋଇଛି।

ବିଜେଡି ପକ୍ଷରୁ ଜାରି ହୋଇଥିବା ନୋଟିସରେ କୁହାଯାଇଛି ଯେ, ଉପରୋକ୍ତ ବିଧାୟକମାନେ ଦଳର ଶୃଙ୍ଖଳାକୁ ଭଙ୍ଗ କରି ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଛନ୍ତି। ଦଳର ନିର୍ଦ୍ଦେଶକୁ ଉଲ୍ଲଂଘନ କରିଛନ୍ତି। ତାଙ୍କ ବିରୋଧରେ ଦଳୀୟ ଶୃଙ୍ଖଳା ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ କାହିଁକି ଗ୍ରହଣ କରା ନଯିବ, ତାହାର କୌଫତ୍‌ ତଲବ କରାଯାଇଛି।

error: Content is protected !!