March 19, 2026

Now Odisha

Now Odisha

SCB ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ସସପେଣ୍ଡ |

Spread the love

ଭୁବନେଶ୍ବର : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହେବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନଗ୍ରହଣ କରିଛନ୍ତି । କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ୪ ଜଣ ଅଧିକାରୀଙ୍କୁ ସସପେଣ୍ଡ କରାଯାଇଛି ।

ତେବେ ସସପେଣ୍ଡ ହୋଇଥିବା ୪ ଅଧିକାରୀ ହେଲେକଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା,କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା,ଏସ୍.ସି.ବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଏବଂ କଟକ ଜି.ଇ.ଡି ଅନ୍ତର୍ଗତ ଏସ୍.ସି.ବି ସବ୍-ଡିଭିଜନର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିଅର ରଞ୍ଜନ କୁମାର ବିଶ୍ୱାଳ।

error: Content is protected !!