ଜୟପୁର,୧୫ା୯— ପ୍ରଥମଥର ପାଇଁ ଜୟପୁର ସହରରେ ଉଡ଼ନ୍ତା ସାପ(Ornate Flying Snake)ଉଦ୍ଧାର କରାଯାଇଛି।
ସୋମବାର ସକାଳେ ସ୍ଥାନୀୟ ଗୌଡ଼ସାହିର ଜନୈକ ବ୍ୟକ୍ତିଙ୍କ ବାଥ୍ରୁମ୍ ଭିତରେ ଗୋଟିଏ ସାପ ପଶିଥିବା ନେଇ ସୂଚନା ପାଇବା ପରେ WARTEAMର ସଂସ୍ଥାପକ କୃଷ୍ଣ କେଶବ ଷଡ଼ଙ୍ଗୀ ଓ ତାଙ୍କ ସହଯୋଗୀ ଚନ୍ଦନ ଭିମିଡ଼ି ରୁବେନଙ୍କ ସହିତ ମିଶି ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ପହଞ୍ଚି ଏହା ଏକ Ornate Flying Snake ଉଡ଼ନ୍ତା ଚିତି ସାପ ବୋଲି ଚିହ୍ନଟ କରି ସାପଟିକୁ ଉଦ୍ଧାର କରିଥିଲେ। ପରବର୍ତ୍ତୀ ସମୟରେ ଜୟପୁର ବନଖଣ୍ଡର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ସାପଟିକୁ ନିକଟସ୍ଥ ସୁରକ୍ଷିତ ସ୍ଥାନରେ ଛଡ଼ାଯାଇଥିଲା।

More Stories
ତହସିଲ୍ଦାରଙ୍କରାଜଧାନୀରେ୨କୋଠା୭_ପ୍ଲଟ୍ |
୫୪ ବର୍ଷ ପରେ ପୁଣି ଚନ୍ଦ୍ରକୁ ଯିବ ମଣିଷ, ସାମ୍ନାକୁ ଆସିଲା ନାସାର ଆର୍ଟେମିସ୍-୨ ମିଶନର ଉତକ୍ଷେପଣ ତାରିଖ
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ |