ଲୋକସେବା ଭବନରେ ଅନ୍ୟ ସଚିବ, ଅଧିକାରୀ ତଥା କର୍ମଚାରୀମାନେ ପରସ୍ପରକୁ ନୂଆ ବର୍ଷର ଶୁଭେଚ୍ଛା


ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ଆଜି ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ, ନିର୍ଦ୍ଦେଶକ, ଅଧିକାରୀ ଓ କର୍ମଚାରୀମାନେ ସାକ୍ଷାତ କରି ଇଂରାଜୀ ନବ ବର୍ଷ ୨୦୨୪ ଉପଲକ୍ଷେ ଏବଂ ଆଜି ମୁଖ୍ଯ ଶାସନ ସଚିବଙ୍କ ଜନ୍ମ ଦିନ ହୋଇଥିବାରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।ଶ୍ରୀ ଜେନା ମଧ୍ୟ ସମସ୍ତ ସଚିବ, ଅଧିକାରୀ ଓ କର୍ମଚାରୀମାନଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇ ସେମାନଙ୍କର ସୁଖ, ସମୃଦ୍ଧି କାମନା କରିଥିଲେ। ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଂଜନ କୁମାର ସିଂ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ପ୍ରମୁଖ ଶାସନ ଜି. ମାଥି ଭାଥାନନ୍, ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ, ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଊଷା ପାଢୀ, ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ, କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ଆର୍. କାର୍ତ୍ତିକେୟନ, କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପାରୋଶନ ସାହୁ, କମିଶନର ତଥା ଶାସନ ସଚିବ ଆଶ୍ୱତୀ ଏସ୍, କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରଓ୍ୱାଲଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ଶାସନ ସଚିବ, ପୁଲିସ୍ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ, ବିଭିନ୍ନ ବିଭାଗର ନିର୍ଦ୍ଦେଶକ, ଅଧିକାରୀ ଓ କର୍ମଚାରୀ, ଅନ୍ୟ ନିଗମ ଓ ଅନୁଷ୍ଠାନର କର୍ତ୍ତୃପକ୍ଷମାନେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ସାକ୍ଷାତ କରି ନବ ବର୍ଷର ଶୁଭେଚ୍ଛା ଜଣାଇଥିଲେ।ସେହିପରି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗଙ୍କୁ ମଧ୍ୟ ଅନ୍ୟ ସଚିବ, ନିର୍ଦ୍ଦେଶକ, ଅଧିକାରୀ ଓ କର୍ମଚାରୀମାନେ ସାକ୍ଷାତ କରି ନୂଆ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ସେହିପରି ଆଜି ଲୋକସେବା ଭବନରେ ଅନ୍ୟ ସଚିବ, ଅଧିକାରୀ ତଥା କର୍ମଚାରୀମାନେ ପରସ୍ପରକୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇଥିଲେ।


error: Content is protected !!