March 23, 2026

Now Odisha

Now Odisha

ଗହଣା ପ୍ରେମୀଙ୍କ ପାଇଁ ଖୁସି ଖବର: ୫ ହଜାର ଖସିଲା ସୁନା

Spread the love

ଭୁବନେଶ୍ୱର, ୨୩/୦୩ : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୦,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୮,୩୫୦ ଟଙ୍କା ଛୁଇଁଛି ।ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୦,୦୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୮,୩୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୪୦,୦୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୮,୩୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୪୦,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୮,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୧,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୯,୫୦୦ ଟଙ୍କା ରହିଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୦,୦୨୦ ଓ ୧,୨୮,୩୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୦,୦୦୦ ଟଙ୍କା ହୋଇଛି । ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

error: Content is protected !!