ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ହେବ । ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ କରାଯିବ । ଫଳରେ ଏଥିରେ ରହିବ ସ୍ୱଚ୍ଛତା । ମହାପ୍ରଭୁଙ୍କ ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ନିୟମ ହୋଇଛି ।
ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତିରେ ରତ୍ନଭଣ୍ଡାରର ବହୁ ପ୍ରତିକ୍ଷିତ ଗଣନା ଓ ଯାଞ୍ଚ ପାଇଁ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ ହୋଇଛି । ପର୍ଯ୍ୟାୟକ୍ରମେ ଗଣତି ମଣତି ହେବ । ପ୍ରଥମେ ବାହାର ଭଣ୍ଡାରରେ ଥିବା ଚଳନ୍ତି ଅଳଙ୍କାର ଗଣତି ହେବ ।

More Stories
ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ
ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି
ଚଳନ୍ତା ବସ୍ରେ ହଠାତ୍ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ